ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
01 APR 2025 8:59AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।
ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି: “ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା !
ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ।”
*******
P.S/Swadhin/Manoj
(ରିଲିଜ ଆଡି: 2117177)
ପରିଦର୍ଶକ କାଉଣ୍ଟର : 40
ଏହି ରିଲିଜ ପଢନ୍ତୁ :
Telugu
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Kannada
,
Malayalam