ସ୍ଵରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ
azadi ka amrit mahotsav

ଗତକାଲି ଜାମ୍ମୁ ଓ କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ


ଭାରତ ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଏବଂ ଏହି କାପୁରୁଷୋଚିତ ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ଭେଟିଲେ ଶ୍ରୀ ଅମିତ ଶାହ

ପହଲଗାମ ଆତଙ୍କବାଦୀ ଆକ୍ରମଣରେ ନିଜ ପ୍ରିୟଜନଙ୍କୁ ହରାଇବା ଯନ୍ତ୍ରଣାକୁ ପ୍ରତ୍ୟେକ ଭାରତୀୟ ଅନୁଭବ କରୁଛନ୍ତି, ଏହି ଦୁଃଖକୁ ଶବ୍ଦରେ ପ୍ରକାଶ କରାଯାଇପାରିବ ନାହିଁ

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ ପହଲଗାମ ଆତଙ୍କବାଦୀ ଆକ୍ରମଣର ଘଟଣାସ୍ଥଳ ଗସ୍ତ କଲେ ଏବଂ ଅଧିକାରୀଙ୍କ ଠାରୁ ଘଟଣା ସମ୍ପର୍କରେ ପଚାରି ବୁଝିଲେ

ଶ୍ରୀ ଶାହ ଡାକ୍ତରଖାନାକୁ ଯାଇ ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିବା ଲୋକଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ଏବଂ ସେମାନଙ୍କୁ ଯଥାସମ୍ଭବ ସହାୟତା ପାଇଁ ଦେଲେ ଆଶ୍ୱାସନା

Posted On: 23 APR 2025 9:17PM by PIB Bhubaneshwar

 

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଗତକାଲି ଜାମ୍ମୁ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ କହିଛନ୍ତି ଯେ ଭାରତ ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଏବଂ ଏହି କାପୁରୁଷୋଚିତ ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ।

ଶ୍ରୀ ଅମିତ ଶାହ ମଧ୍ୟ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ଭେଟିଥିଲେ। ସେ କହିଥିଲେ ଯେ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ନିଜ ପ୍ରିୟଜନଙ୍କୁ ହରାଇବା ଯନ୍ତ୍ରଣାକୁ ପ୍ରତ୍ୟେକ ଭାରତୀୟ ଅନୁଭବ କରୁଛନ୍ତି, ଏହି ଦୁଃଖକୁ ଶବ୍ଦରେ ପ୍ରକାଶ କରାଯାଇପାରିବ ନାହିଁ।

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାସ୍ଥଳ ପରିଦର୍ଶନ କରିଥିଲେ ଏବଂ ଅଧିକାରୀମାନଙ୍କ ଠାରୁ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ।

ଶ୍ରୀ ଶାହ ଡାକ୍ତରଖାନା ପରିଦର୍ଶନ କରିଥିଲେ ଏବଂ ଆତଙ୍କବାଦୀ ଆକ୍ରମଣରେ ଆହତମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ ତଥା ସେମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପାଇଁ ଆଶ୍ୱାସନା ଦେଇଥିଲେ।

******

P.S/Swadhin

 


(Release ID: 2123987) Visitor Counter : 6