ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆନ୍ଧ୍ର ପ୍ରଦେଶର ବିଶାଖାପଟ୍ଟନମରେ କାନ୍ଥ ପଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ


ପିଏମଏନଆରଏଫରୁ ଅନୁକମ୍ପା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 APR 2025 9:36AM by PIB Bhubaneswar

ଆନ୍ଧ୍ର ପ୍ରଦେଶର ବିଶାଖାପଟ୍ଟନମରେ କାନ୍ଥ ପଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।

 ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:

“ଆନ୍ଧ୍ର ପ୍ରଦେଶର ବିଶାଖାପଟ୍ଟନମରେ କାନ୍ଥ ପଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଗଭୀର ଦୁଃଖିତ । ପରିଜନଙ୍କୁ ହରାଇଥିବା ଲୋକଙ୍କୁ ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”

SR


(रिलीज़ आईडी: 2125439) आगंतुक पटल : 27
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Bengali-TR , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam