ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରର ସୋଲାପୁରରେ ଅଗ୍ନିକାଣ୍ଡରେ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ



ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ସହାୟତା ରାଶି ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 18 MAY 2025 9:27PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସୋଲାପୁରରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

ଏହି ଅବସରରେ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍‌ଏନ୍‌ଆର୍‌ଏଫ୍‌)ରୁ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ମହାରାଷ୍ଟ୍ରର ସୋଲାପୁରରେ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନି ଯୋଗୁଁ ଗଭୀର ମର୍ମାହତ । ପ୍ରିୟଜନଙ୍କୁ ହରାଇଥିବା ଲୋକମାନଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ।

ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ ।”

@narendramodi

 

SR


(ରିଲିଜ ଆଡି: 2129539) ପରିଦର୍ଶକ କାଉଣ୍ଟର : 19