ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତେଲଙ୍ଗାନାର ସଙ୍ଗାରେଡ୍ଡୀରେ ହୋଇଥିବା ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ


ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ସହାୟତା ରାଶି ଘୋଷଣା

Posted On: 30 JUN 2025 2:33PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲଙ୍ଗାନାର ସଙ୍ଗାରେଡ୍ଡୀରେ ଏକ କାରଖାନାରେ ହୋଇଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ଏହି ଅବସରରେ ସେ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ  ମୃତକଙ୍କ ପରିବାରଙ୍କ ପାଇଁ୨ ଲକ୍ଷ ଏବଂ ଆହତମାଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ତେଲଙ୍ଗାନାର ସଙ୍ଗାରେଡ୍ଡୀରେ ଏକ କାରଖାନାରେ ଅଗ୍ନିକାଣ୍ଡ ଘଟଣାରେ ହୋଇଥିବା ପ୍ରାଣହାନୀ ଯୋଗୁଁଁ ଗଭୀର ମର୍ମାହତ । ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା । ଆହତମାନେ ଶୀଘ୍ର ଆରୋଗ୍ୟ ହୁଅନ୍ତୁ ।

ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଲେଖାଏଁ ଟଙ୍କାର ସହାୟତା ପ୍ରଦାନ କରାଯିବ । PM @narendramodi

 

SR


(Release ID: 2141016)