ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗୁଜରାଟର ଭଦୋଦରା ଜିଲ୍ଲାରେ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ପିଏମଏନଆର୍ଏଫରୁ ସହାୟତା ଘୋଷଣା
Posted On:
09 JUL 2025 12:49PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍ଏନ୍ଆର୍ଏଫ୍)ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ନିମନ୍ତେ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ରହିଛି । ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । @narendramodi"
SR
(Release ID: 2143476)
Read this release in:
English
,
Urdu
,
Marathi
,
Hindi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam