ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି. ଏସ୍. ଅଚ୍ୟୁତାନନ୍ଦନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
Posted On:
21 JUL 2025 6:21PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି;
“କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ବିୟୋଗରେ ମୁଁ ଦୁଃଖିତ । ସେ ତାଙ୍କ ଜୀବନର ଅନେକ ବର୍ଷ ଜନସେବା ଏବଂ କେରଳର ପ୍ରଗତି ପାଇଁ ଉତ୍ସର୍ଗ କରିଥିଲେ । ନିଜ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବା ସମୟରେ ଆମର ଆଲୋଚନାକୁ ମୁଁ ମନେ ପକାଉଛି । ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ସମର୍ଥକମାନଙ୍କ ସହିତ ମୋର ସମବେଦନା ରହିଛି ।”
SR
(Release ID: 2146798)
Read this release in:
English
,
Urdu
,
Marathi
,
Hindi
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam