ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରର ପୁନେରେ ହୋଇଥିବା ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ


ପିଏମଏନଆରଏଫ୍‌ରୁ ସହାୟତା ରାଶି ଘୋଷଣା

Posted On: 11 AUG 2025 4:35PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ପୁନେରେ ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ମହାରାଷ୍ଟ୍ରର ପୁନେରେ ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନି ଯୋଗୁଁ ଦୁଃଖିତ । ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନମାନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।

 

SR


(Release ID: 2155354)