ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜସ୍ଥାନର ଦଉସାରେ ଦୁର୍ଘଟଣାରେ ଜୀବନହାନୀ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

Posted On: 13 AUG 2025 4:24PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଦଉସାରେ ସଡ଼କ ଦୁର୍ଘଟଣାରେ ଜୀବନହାନୀ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:

“ରାଜସ୍ଥାନର ଦଉସାରେ ଏକ ଦୁର୍ଘଟଣାରେ ଜୀବନହାନୀ ଘଟଣାରେ ଗଭୀର ଦୁଃଖିତ । ନିକଟ ସମ୍ପର୍କୀୟଙ୍କ ହରାଇଥିବା ପରିବାର ପ୍ରତି ମୋର ଗଭୀର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦିଆଯିବ:ପ୍ରଧାନମନ୍ତ୍ରୀ @narendramodi”

SR


(Release ID: 2156278)