ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 18 AUG 2025 8:09PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ଏହା ଦେଶ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଥିଲା। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ - ଗଗନଯାନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

“ଶୁଭାଂଶୁ ଶୁକ୍ଳାଙ୍କ ସହ ବହୁତ ଭଲ ଆଲୋଚନା ହୋଇଛି। ଆମେ ମହାକାଶରେ ତାଙ୍କର ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ପ୍ରଗତି ଏବଂ ଭାରତର ମହତ୍ୱାକାଂକ୍ଷୀ ଗଗନଯାନ ମିଶନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲୁ। ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ।’’

@gagan_shux”

 

******

P.S/Swadhin


(रिलीज़ आईडी: 2157733) आगंतुक पटल : 10
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam