ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତରପ୍ରଦେଶ ଗୋଣ୍ଡାରେ ଏକ ଦୁର୍ଘଟଣା ଜନିତ ଜୀବନହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ
ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
Posted On:
03 AUG 2025 1:36PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗୋଣ୍ଡାରେ ଏକ ଦୁର୍ଘଟଣା ଜନିତ ଜୀବନହାନି ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ପୋଷ୍ଟରେ କୁହାଯାଇଛି:
‘‘ଉତ୍ତର ପ୍ରଦେଶର ଗୋଣ୍ଡାରେ ଦୁର୍ଘଟଣା ଯୋଗୁଁ ଜୀବନହାନିରେ ଗଭୀର ମର୍ମାହତ। ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ।
ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi"।
***
PS
(Release ID: 2158779)
Read this release in:
English
,
Urdu
,
Marathi
,
Hindi
,
Bengali
,
Bengali-TR
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam