ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିମାଚଳ ପ୍ରଦେଶର ମଣ୍ଡିରେ ଦୁର୍ଘଟଣା ଜନିତ ପ୍ରାଣହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ
ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
Posted On:
24 JUL 2025 11:03PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳ ପ୍ରଦେଶର ମଣ୍ଡିରେ ଏକ ଦୁର୍ଘଟଣା ଜନିତ ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘‘ହିମାଚଳ ପ୍ରଦେଶର ମଣ୍ଡିରେ ଦୁର୍ଘଟଣା ଯୋଗୁଁ ପ୍ରାଣହାନି ଘଟଣାରେ ଗଭୀର ମର୍ମାହତ। ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରୁଛି।
ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi’’
***
PS
(Release ID: 2158784)
Visitor Counter : 5
Read this release in:
Malayalam
,
English
,
Urdu
,
Marathi
,
Hindi
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada