ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ହିମାଚଳ ପ୍ରଦେଶର ମଣ୍ଡିରେ ଦୁର୍ଘଟଣା ଜନିତ ପ୍ରାଣହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 24 JUL 2025 11:03PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳ ପ୍ରଦେଶର ମଣ୍ଡିରେ ଏକ ଦୁର୍ଘଟଣା ଜନିତ ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ୍ସରେ ପୋଷ୍ଟ କରାଯାଇଛି:

‘‘ହିମାଚଳ ପ୍ରଦେଶର ମଣ୍ଡିରେ ଦୁର୍ଘଟଣା ଯୋଗୁଁ ପ୍ରାଣହାନି ଘଟଣାରେ ଗଭୀର ମର୍ମାହତ। ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରୁଛି

ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi’’

***

PS


(ରିଲିଜ ଆଡି: 2158784) ପରିଦର୍ଶକ କାଉଣ୍ଟର : 28