ପୋଷ୍ଟ କରାଯିବା ଦିନାଙ୍କ:
19 JUN 2025 10:58AM by PIB Bhubaneswar
ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ର ପୁଣେର ଜେଜୁରୀ-ମୋରଗାଓଁ ରୋଡରେ ଘଟିଥିବା ଏକ ଦୁର୍ଘଟଣା ଜନିତ ଜୀବନହାନି ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ପୋଷ୍ଟରେ କୁହାଯାଇଛି:
‘‘ମହାରାଷ୍ଟ୍ର ପୁଣେର ଜେଜୁରୀ-ମୋରଗାଓଁ ରୋଡରେ ଘଟିଥିବା ଯୋଗୁଁ ଜୀବନହାନିରେ ଗଭୀର ମର୍ମାହତ। ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ।
ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi।’’
***
PS