ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତର ପ୍ରଦେଶର ସମ୍ଭଲରେ ଦୁର୍ଘଟଣାରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପିଏମଏନଆରଏଫ ରୁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
Posted On:
05 JUL 2025 10:17AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ସମ୍ଭଲଠାରେ ଦୁର୍ଘଟଣାରେ ଜୀବନହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଏବଂ ପ୍ରତ୍ୟେକ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ଉତ୍ତର ପ୍ରଦେଶର ସମ୍ଭଲଠାରେ ଦୁର୍ଘଟଣାରେ ଜୀବନହାନୀ ପାଇଁ ଗଭୀର ଦୁଖିଃତ । ଦୁର୍ଘଟଣାରେ ନିକଟ ସମ୍ପର୍କୀୟଙ୍କୁ ହରାଇଥିବା ଶୋକସନ୍ତପ୍ତଙ୍କୁ ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
SR
(Release ID: 2159388)
Read this release in:
Assamese
,
English
,
Urdu
,
Marathi
,
Hindi
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam