ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନୂଆଁଖାଇ ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
28 AUG 2025 1:16PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଁଖାଇ ପର୍ବ ଉପଲକ୍ଷେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଦେଶର ଭରଣପୋଷଣ ଏବଂ ପ୍ରଗତିର ଆଧାର ଚାଷୀମାନଙ୍କର କଠିନ ପରିଶ୍ରମକୁ ସ୍ୱୀକାର କରି ନୂଆଁଖାଇ ପର୍ବ ଉପଲକ୍ଷେ ପ୍ରଦର୍ଶନ କରାଯାଉଥିବା କୃତଜ୍ଞତା ଏବଂ ଏକତାର ଭାବନା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି ।
ଗୋଟିଏ ଏକ୍ସ ପୋଷ୍ଟରେ ସେ ଲେଖିଛନ୍ତି: ‘‘ସମସ୍ତଙ୍କୁ ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା । ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଆମର ଗଭୀର କୃତଜ୍ଞତାର ସ୍ମରଣ କରାଏ, ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ । ପ୍ରତିଟି ଘରେ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ ।
ନୂଆଁଖାଇ ଜୁହାର୍ !’’
***
PS/Swadhin/ Manoj
(ରିଲିଜ ଆଡି: 2161562)
ପରିଦର୍ଶକ କାଉଣ୍ଟର : 46
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali-TR
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam