ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆଫଗାନିସ୍ତାନରେ ଭୂମିକମ୍ପ ଯୋଗୁଁ ହୋଇଥିବା ପ୍ରାଣହାନି ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
Posted On:
01 SEP 2025 2:16PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଫଗାନିସ୍ତାନରେ ହୋଇଥିବା ଭୂମିକମ୍ପ ଯୋଗୁଁ ପ୍ରାଣହାନି ପାଇଁ ଶୋକ ପ୍ରକାଶ କରିଛନ୍ତି ।
ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ଆଫଗାନିସ୍ତାନରେ ହୋଇଥିବା ଭୂମିକମ୍ପ ଯୋଗୁଁ ଜୀବନହାନି ପାଇଁ ଗଭୀର ମର୍ମାହତ । ଏହି କଷ୍ଟ ସମୟରେ ଆମର ସମ୍ବେଦନା ଏବଂ ପ୍ରାର୍ଥନା ଶୋକସନ୍ତପ୍ତ ପରିବାର ସହିତ ରହିଛି ଏବଂ ଆମେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛୁ । ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାରର ମାନବୀୟ ସହାୟତା ଏବଂ ରିଲିଫ ଯୋଗାଇବାକୁ ଭାରତ ପ୍ରସ୍ତୁତ ରହିଛି ।”
SR
(Release ID: 2162707)
Visitor Counter : 2
Read this release in:
Malayalam
,
English
,
Urdu
,
Marathi
,
Hindi
,
Bengali-TR
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada