ସ୍ଵରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ
ଜାମ୍ମୁ-କାଶ୍ମୀର ସୁରକ୍ଷା ସ୍ଥିତିର ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହ
प्रविष्टि तिथि:
01 SEP 2025 7:24PM by PIB Bhubaneshwar
୨୦୨୫ ମସିହାରେ ଶ୍ରୀ ଅମରନାଥଜୀ ଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଆୟୋଜନ କରିଥିବାରୁ କେନ୍ଦ୍ର ଶାସିତ ଅଞ୍ଚଳର ପ୍ରଶାସନ ଏବଂ ସୁରକ୍ଷା ସଂସ୍ଥାଗୁଡ଼ିକୁ ପ୍ରଶଂସା କଲେ ଗୃହ ମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଉପରେ ଗୁରୁତ୍ୱାରୋପ କରିଛନ୍ତି ଶ୍ରୀ ଅମିତ ଶାହ
ଜାମ୍ମୁ-କାଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନ ପାଇଁ ସମସ୍ତ ସୁରକ୍ଷା ସଂସ୍ଥାଗୁଡ଼ିକୁ ସତର୍କ ରହିବାକୁ ଏବଂ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଲେ ଗୃହମନ୍ତ୍ରୀ
ନିକଟରେ ଜାମ୍ମୁ-କାଶ୍ମୀରର ଆକସ୍ମିକ ବନ୍ୟାରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ସମସ୍ତ ସୁରକ୍ଷା ବାହିନୀ ଦ୍ୱାରା ଗ୍ରହଣ କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଶ୍ରୀ ଅମିତ ଶାହ ପ୍ରଶଂସା କରିଛନ୍ତି, ଯାହା ଅନେକ ଜୀବନ ବଞ୍ଚାଇବାରେ ସହାୟକ ହୋଇଛି
ଜାମ୍ମୁ-କାଶ୍ମୀରରେ ପ୍ରାକୃତିକ ବିପର୍ଯ୍ୟୟର ପରିଚାଳନା ପାଇଁ ସିଏପିଏଫ୍ ର ସମ୍ପୂର୍ଣ୍ଣ ସହଯୋଗର ପ୍ରତିଶ୍ରୁତି ଦେଲେ ଗୃହ ମନ୍ତ୍ରୀ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଜାମ୍ମୁରେ ଆୟୋଜିତ ଏକ ବୈଠକରେ ଜାମ୍ମୁ-କାଶ୍ମୀରର ସୁରକ୍ଷା ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ବୈଠକରେ ଜାମ୍ମୁ-କାଶ୍ମୀରର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବ, ନିର୍ଦ୍ଦେଶକ (ଆଇବି), ଜାମ୍ମୁ-କାଶ୍ମୀରର ମୁଖ୍ୟ ସଚିବ ଏବଂ ଡିଜିପି, ସିଏପିଏଫ୍ ର ମୁଖ୍ୟ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଜାମ୍ମୁ-କାଶ୍ମୀରର ସୁରକ୍ଷା ସ୍ଥିତିର ସମୀକ୍ଷା କରିବା ସମୟରେ କେନ୍ଦ୍ର ଗୃହ ମନ୍ତ୍ରୀ ୨୦୨୫ ମସିହାରେ ଶ୍ରୀ ଅମରନାଥଜୀ ଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଆୟୋଜନ କରିଥିବାରୁ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସନ ଏବଂ ସୁରକ୍ଷା ସଂସ୍ଥାଗୁଡ଼ିକର ପ୍ରୟାସକୁ ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଜାମ୍ମୁ-କାଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନ ପାଇଁ ସମସ୍ତ ସୁରକ୍ଷା ସଂସ୍ଥାଗୁଡ଼ିକୁ ସତର୍କ ରହିବାକୁ ଏବଂ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ନିକଟରେ ଜାମ୍ମୁ-କାଶ୍ମୀରର ଆକସ୍ମିକ ବନ୍ୟାରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ସମସ୍ତ ସୁରକ୍ଷା ବାହିନୀ ଦ୍ୱାରା ଗ୍ରହଣ କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଶ୍ରୀ ଅମିତ ଶାହ ପ୍ରଶଂସା କରିଥିଲେ, ଯାହା ଅନେକଙ୍କ ଜୀବନ ବଞ୍ଚାଇବାରେ ସହାୟକ ହୋଇଛି। ସେ ଜାମ୍ମୁ-କାଶ୍ମୀରରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ସିଏପିଏଫ୍ ଗୁଡ଼ିକର ସମ୍ପୂର୍ଣ୍ଣ ସହାୟତା ପାଇଁ ଆଶ୍ୱାସନା ଦେଇଥିଲେ।
HS
(रिलीज़ आईडी: 2162916)
आगंतुक पटल : 21
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada