ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଷ୍ଟ୍ରପତି ମାକ୍ରନଙ୍କ ସହ ଟେଲିଫୋନ୍ ଯୋଗେ କଥା ହେଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
06 SEP 2025 6:22PM by PIB Bhubaneshwar
ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ସାମ୍ପ୍ରତିକ ଘଟଣା ଉପରେ ନେତାମାନେ ମତ ବିନିମୟ କରିଛନ୍ତି
ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସକାରାତ୍ମକ ବିକାଶକୁ ଉଭୟ ସ୍ୱାଗତ କରିଛନ୍ତି
କୃତ୍ରିମ ବୁଦ୍ଧିମତା (ଏଆଇ) ପ୍ରଭାବ ଶିଖର ସମ୍ମିଳନୀ ପାଇଁ ରାଷ୍ଟ୍ରପତି ମାକ୍ରନଙ୍କୁ, ଭାରତକୁ ସ୍ୱାଗତ କରିବାକୁ ଅପେକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ୍ ମାକ୍ରନଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।
ଉଭୟ ଆର୍ଥିକ, ପ୍ରତିରକ୍ଷା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ମହାକାଶ ସମେତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବିକାଶର ସମୀକ୍ଷା ଏବଂ ସକାରାତ୍ମକ ମୂଲ୍ୟାଙ୍କନ କରିଥିଲେ। ହରାଇଜନ୍ ୨୦୪୭ ରୋଡମ୍ୟାପ, ଇଣ୍ଡୋ-ପାସିଫିକ୍ ରୋଡମ୍ୟାପ୍ ଏବଂ ଡିଫେନ୍ସ ଇଣ୍ଡଷ୍ଟ୍ରିଆଲ୍ ରୋଡମ୍ୟାପ୍ ଅନୁରୂପ ଭାରତ-ଫ୍ରାନ୍ସ ରଣନୈତିକ ଭାଗିଦାରୀକୁ ଆହୁରି ସୁଦୃଢ଼ କରିବା ଲାଗି ଉଭୟ ନେତା ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।
ୟୁକ୍ରେନରେ ସଂଘର୍ଷର ଅନ୍ତ ଆଣିବା ଦିଗରେ ନିକଟରେ କରାଯାଇଥିବା ପ୍ରୟାସ ଉପରେ ସେମାନେ ମତ ବିନିମୟ କରିଥିଲେ। ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଏବଂ ଶୀଘ୍ର ଶାନ୍ତି ଓ ସ୍ଥିରତା ଫେରାଇ ଆଣିବା ଲାଗି ଭାରତର ନିରନ୍ତର ସମର୍ଥନକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ।
ଫେବୃଆରୀ ୨୦୨୬ ରେ ଭାରତ ଦ୍ୱାରା ଆୟୋଜିତ କୁତ୍ରିମ ବୁଦ୍ଧିମତା ପ୍ରଭାବ ସଂକ୍ରାନ୍ତ ଶିଖର ସମ୍ମିଳନୀକୁ ନିମନ୍ତ୍ରଣ ଗ୍ରହଣ କରିଥିବାରୁ, ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ମାକ୍ରନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ରାଷ୍ଟ୍ରପତି ମାକ୍ରନଙ୍କୁ ଭାରତରେ ସ୍ୱାଗତ କରିବାକୁ ଅପେକ୍ଷା କରିଥିବା କହିଥିଲେ ।
ବିଶ୍ୱ ଶାନ୍ତି ଏବଂ ସ୍ଥିରତାକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ନେତା ଯୋଗାଯୋଗରେ ରହିବା ଏବଂ ମିଳିତ ଭାବେ କାର୍ଯ୍ୟ କରିବା ଲାଗି ସହମତ ହୋଇଥିଲେ।
HS
(रिलीज़ आईडी: 2164418)
आगंतुक पटल : 15
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam