ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 10 SEP 2025 7:52AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ପୁଣି ଦୋହରାଇବା ସହ ଦୁଇ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି ଶ୍ରୀ ମୋଦୀ କହିଛନ୍ତି ଯେ, ଉଭୟ ରାଷ୍ଟ୍ର ନିଜ ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବାକୁ ଏକାଠି କାମ କରିବେ

ଆମେରିକା ରାଷ୍ଟ୍ରପତିଙ୍କର ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି;

ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ୱାଭାବିକ ଅଂଶୀଦାର ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀତାର ଅସୀମ ସମ୍ଭାବନାକୁ ଉନ୍ମୁକ୍ତ କରିବା ପାଇଁ ପଥ ପ୍ରଶସ୍ତ କରିବ ଆମ ଟିମ୍ଏହି ଆଲୋଚନାକୁ ଯଥାଶୀଘ୍ର ଶେଷ କରିବାକୁ କାର୍ଯ୍ୟ କରୁଛନ୍ତି ମୁଁ ମଧ୍ୟ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେବାକୁ ଉତ୍ସାହିତ ଅଛି ଆମେ ଉଭୟ ଦେଶର ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବା ପାଇଁ ଏକାଠି କାମ କରିବୁ।

 

SR/Swadhin

 


(रिलीज़ आईडी: 2165168) आगंतुक पटल : 24
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali-TR , Assamese , Bengali , Punjabi , Gujarati , Tamil , Telugu , Kannada , Malayalam