ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କର୍ଣ୍ଣାଟକ ହାସନ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୋଷ୍ଟ କରାଯିବା ଦିନାଙ୍କ: 13 SEP 2025 8:36AM by PIB Bhubaneswar

 

ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ସହୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ହାସନରେ ଘଟିଥବା ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ସେ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ପିଏମ୍‌ଓ ଇଣ୍ଡିଆ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“କର୍ଣ୍ଣାଟକର ହାସନରେ ଘଟିଥିବା ଦୁର୍ଘଟଣା ହୃଦୟ ବିଦାରକ । ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାର ସହିତ ମୋର ସମବେଦନା ରହିଛି । ମୁଁ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତକଙ୍କ ପରିବାର ଲୋକଙ୍କୁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ।”

 

SR


(ରିଲିଜ ଆଡି: 2166237) ପରିଦର୍ଶକ କାଉଣ୍ଟର : 37