ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ର ଗୋଣ୍ଡିଆ ବସ୍ ଦୁର୍ଘଟଣାର ପ୍ରାଣହାନୀ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ

Posted On: 29 NOV 2024 4:53PM by PIB Bhubaneshwar

ପିଏମ୍‌ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଗୋଣ୍ଡିଆରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାର ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି - PMNRF ରୁ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି

 

ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଲେଖାଯାଇଛି :

 

"ମହାରାଷ୍ଟ୍ରର ଗୋଣ୍ଡିଆରେ ବସ୍ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ମୁଁ ଗଭୀର ମର୍ମାହତ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ସ୍ଥାନୀୟ ପ୍ରଶାସନ ଆହତମାନଙ୍କୁ ସହାୟତା କରୁଛି

 

ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି  - PMNRF ରୁ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ"

 

*****

MT

 


(Release ID: 2169947) Visitor Counter : 10