ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୁଷର ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ
Posted On:
25 SEP 2025 8:57PM by PIB Bhubaneshwar
କୃଷି, ସାର, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ପାଇଁ ଆଲୋଚନା
ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରିବାକୁ ଉତ୍ସାହିତ ଅଛନ୍ତି କହିଲେ ପ୍ରଧାନମନ୍ତ୍ରୀ
ରୁଷର ଉପ ପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
କୃଷି, ସାର, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ପାରସ୍ପରିକ ସ୍ୱାର୍ଥ ଥିବା ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସେମାନେ ଆଲୋଚନା କରିଥିଲେ ।
ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ପୁଟିନଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ସେ ୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ତାଙ୍କୁ ଭାରତରେ ସ୍ୱାଗତ କରିବାକୁ ଉତ୍ସାହିତ ଥିବା କହିଥିଲେ।
SR
(Release ID: 2171627)
Visitor Counter : 4
Read this release in:
English
,
Marathi
,
Hindi
,
Bengali
,
Assamese
,
Manipuri
,
Punjabi
,
Gujarati
,
Telugu
,
Kannada
,
Malayalam