ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ପୁଟିନ
ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତର ପୂର୍ଣ୍ଣ ସମର୍ଥନକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ
ଚଳିତ ବର୍ଷ ଶେଷରେ ରାଷ୍ଟ୍ରପତି ପୁଟିନଙ୍କୁ ଭାରତରେ ସ୍ୱାଗତ କରିବାକୁ ଉତ୍ସାହୀ ଅଛି: ପ୍ରଧାନମନ୍ତ୍ରୀ
Posted On:
17 SEP 2025 7:20PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଋଷର ରାଷ୍ଟ୍ରପତି ଶ୍ରୀ ଭ୍ଲାଦିମିର ପୁଟିନ ଟେଲିଫୋନ କଲ କରିଥିଲେ ।
ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀଙ୍କୁ ୭୫ତମ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ତାଙ୍କର ଶୁଭେଚ୍ଛା ଏବଂ ସ୍ଥାୟୀ ବନ୍ଧୁତା ପାଇଁ ହୃଦୟର ସହିତ କୃତଜ୍ଞତା ପ୍ରକାଶ କରିଥିଲେ ।
ଦୁଇ ନେତା ୨୩ତମ ଭାରତ-ଋଷ ବାର୍ଷିକ ସମ୍ମିଳନୀ ପୂର୍ବରୁ ଦ୍ୱିପାକ୍ଷିକ କାର୍ଯ୍ୟସୂଚୀରେ ଥିବା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସେ ଚଳିତ ବର୍ଷ ଶେଷରେ ରାଷ୍ଟ୍ରପତି ପୁଟିନଙ୍କୁ ଭାରତରେ ସ୍ୱାଗତ କରିବାକୁ ଉତ୍ସୁକତାର ସହିତ ଅପେକ୍ଷା କରିଛନ୍ତି ।
ପ୍ରଧାନମନ୍ତ୍ରୀ ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତର ପୂର୍ଣ୍ଣ ସମର୍ଥନକୁ ପୁନର୍ବାର ଦୋହରାଇଛନ୍ତି ।
ଉଭୟ ନେତା ଘନିଷ୍ଠ ସମ୍ପର୍କ ବଜାୟ ରଖିବାକୁ ସମହମତି ପ୍ରକାଶ କରିଛନ୍ତି ।
SR
(Release ID: 2175747)
Visitor Counter : 5
Read this release in:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam