ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିମାଚଳ ପ୍ରଦେଶ ବିଳାସପୁର ଅଘଟଣରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
प्रविष्टि तिथि:
07 OCT 2025 9:14PM by PIB Bhubaneshwar
ହିମାଚଳ ପ୍ରଦେଶ ବିଳାସପୁରଠାରେ ଏକ ଅଘଟଣରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଦେବାକୁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ହିମାଚଳ ପ୍ରଦେଶର ବିଳାସପୁରରେ ଏକ ଅଘଟଣରେ ଲୋକଙ୍କ ଜୀବନହାନିରେ ଗଭୀର ଦୁଃଖିତ । ଏଭଳି ଘଡ଼ିସନ୍ଧି ସମୟରେ ପ୍ରଭାବିତ ଲୋକ ଏବଂ ତାଙ୍କ ପରିବାରଙ୍କ ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
SR
(रिलीज़ आईडी: 2176147)
आगंतुक पटल : 15
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam