ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବାୟୁସେନା ଦିବସରେ ବାୟୁ ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 OCT 2025 9:58AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାୟୁସେନା ଦିବସରେ ସମସ୍ତ ସାହସୀ ବାୟୁ ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ବାୟୁସେନା ଦିବସରେ ସମସ୍ତ ସାହସୀ ବାୟୁ ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା । ଭାରତୀୟ ବାୟୁସେନା ସାହସ, ଶୃଙ୍ଖଳା ଏବଂ ସଠିକତାର ପ୍ରତୀକ । ସେମାନେ ଆମ ଆକାଶକୁ ସୁରକ୍ଷା ଦେବାରେ ସବୁଠାରୁ  ଆହ୍ୱାନପୂର୍ଣ୍ଣ ପରିସ୍ଥିତିରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେମାନଙ୍କର ଭୂମିକା ମଧ୍ୟ ବହୁତ ପ୍ରଶଂସନୀୟ । ସେମାନଙ୍କର ପ୍ରତିବଦ୍ଧତା, ବୃତ୍ତିଗତତା ଏବଂ ଅଦମ୍ୟ ସାହସ ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିଥାଏ ।

@IAF_MCC”

 

SR

 


(ରିଲିଜ ଆଡି: 2176245) ପରିଦର୍ଶକ କାଉଣ୍ଟର : 41