ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜାପାନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ସାନେ ତାକାଇଚିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

Posted On: 21 OCT 2025 11:24AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜାପାନର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀମତୀ ସାନେ ତାକାଇଚିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଏକ୍ସରେ ତାଙ୍କ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି ।

ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ କହିଛନ୍ତି;

“ସାନେ ତାକାଇଚି, ଜାପାନର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବାରୁ ଆପଣଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ଆପଣଙ୍କ ସହିତ ଘନିଷ୍ଠ ଭାବରେ କାମ କରିବାକୁ ମୁଁ ଉତ୍ସୁକ । ଭାରତ-ପ୍ରଶାନ୍ତ ମହାସାଗର ଏବଂ ବାହାରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଆମର ଗଭୀର ସମ୍ପର୍କ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

@takaichi_sanae"

 

SR


(Release ID: 2181336) Visitor Counter : 5