ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୁର୍ନୁଲ ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ



ପିଏମଏନଆରଏଫରୁ ଅନୁକମ୍ପା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

Posted On: 24 OCT 2025 9:02AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶ କୁର୍ନୁଲ ଜିଲ୍ଲାରେ ଦୁର୍ଘଟଣାରେ ହୋଇଥିବା ଜୀବନହାନୀ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି । 

ପ୍ରଧନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ହ୍ୟାଣ୍ଡଲରେ ପୋଷ୍ଟ ହୋଇଛି;

“ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନୀ ପାଇଁ ଗଭୀର ବ୍ୟଥିତ । ଏଭଳି ଦୁଃଖର ସମୟରେ ପ୍ରଭାବିତ ବ୍ୟକ୍ତି ଓ ସେମାନଙ୍କ ପରିବାର ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ମିଳିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”

SR


(Release ID: 2182418) Visitor Counter : 4