ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ; ଭାରତ-ଜାପାନ ବିଶ୍ୱସ୍ତରୀୟ ସହଭାଗିତା ଆଗକୁ ବଢ଼ାଇବାକୁ ଆଲୋଚନା
Posted On:
29 OCT 2025 1:14PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହୋଇଛନ୍ତି ।
ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ତାକାଇଚିଙ୍କୁ ଦାୟିତ୍ୱ ଗ୍ରହଣ କରିବା ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ସଫଳ କାର୍ଯ୍ୟକାଳ ପାଇଁ ଶୁଭକାମନା ଦେଇଥିଲେ ।
ଦୁଇ ନେତା ଆର୍ଥିକ ସୁରକ୍ଷା, ପ୍ରତିରକ୍ଷା ସହଯୋଗ ଏବଂ ପ୍ରତିଭା ଗତିଶୀଳତା ଉପରେ ଧ୍ୟାନ ଦେବା ସହ ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱ ସହଭାଗୀତାକୁ ଆଗକୁ ବଢ଼ାଇବା ପାଇଁ ସେମାନଙ୍କର ଦୃଷ୍ଟିକୋଣ ଉପରେ ଆଲୋଚନା କରିଥିଲେ ।
ବିଶ୍ୱସ୍ତରୀୟ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଭାରତ-ଜାପାନ ସମ୍ପର୍କ ଦୃଢ଼ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଉଭୟ ନେତା ସହମତ ହୋଇଥିଲେ ।
ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;
“ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହେଲି । ଦାୟିତ୍ୱ ଗ୍ରହଣ କରିବା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଲି । ଏହାଛଡା ଆମେ ଅର୍ଥନୈତିକ ସୁରକ୍ଷା, ପ୍ରତିରକ୍ଷା ସହଯୋଗ ଏବଂ ପ୍ରତିଭା ଗତିଶୀଳତା ଉପରେ ଆଧାରିତ ଭାରତ-ଜାପାନ ସ୍ୱତନ୍ତ୍ର ରଣନୀତିକ ଏବଂ ବିଶ୍ୱସ୍ତରୀୟ ସହଭାଗିତାକୁ ଆଗକୁ ବଢ଼ାଇବା ପାଇଁ ଆମର ଦୃଷ୍ଟିକୋଣ ଉପରେ ଆଲୋଚନା କରିଥିଲୁ । ବିଶ୍ୱସ୍ତରୀୟ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ମଜବୁତ ଭାରତ-ଜାପାନ ସମ୍ପର୍କ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଆମେ ସହମତ ହୋଇଥିଲୁ ।
@takaichi_sanae”
SR
(Release ID: 2183858)
Visitor Counter : 6
Read this release in:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam