ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜସ୍ଥାନର ଜୟପୁରରେ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ପିଏମଏନଆରଏଫରୁ ସହାୟତା ରାଶି ଘୋଷଣା କଲେ
Posted On:
03 NOV 2025 5:15PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଜୟପୁରରେ ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି;
“ରାଜସ୍ଥାନର ଜୟପୁୁରରେ ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଘଟଣାରେ ମୁଁ ମର୍ମାହତ। ଯେଉଁମାନେ ନିଜର ନିକଟତମ ଏବଂ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ମୋର ସମବେଦନା । ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: PM @narendramodi”
SR
(Release ID: 2191981)
Visitor Counter : 5
Read this release in:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam