ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 03 DEC 2025 9:11AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡକ୍ଟର ରାଜେନ୍ଦ୍ର ପ୍ରସାଦ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଶ୍ରୀ ମୋଦୀ କହିଥିଲେ ଯେ, ଭାରତର ସ୍ୱାଧୀନତା ସଂଗ୍ରାମରେ ସକ୍ରିୟ ଅଂଶଗ୍ରହଣକାରୀ ଠାରୁ ଆରମ୍ଭ କରି ସମ୍ବିଧାନ ସଭାର ଅଧ୍ୟକ୍ଷତା କରିବା ଏବଂ  ଆମର ପ୍ରଥମ ରାଷ୍ଟ୍ରପତି ହେବା ପର୍ଯ୍ୟନ୍ତ ସେ ଅତୁଳନୀୟ ମର୍ଯ୍ୟାଦା, ସମର୍ପଣ ଏବଂ ସ୍ପଷ୍ଟ ଉଦ୍ଦେଶ୍ୟ ସହିତ ଆମ ଦେଶର ସେବା କରିଥିଲେ "ସାର୍ବଜନୀନ ଜୀବନରେ ତାଙ୍କର ଦୀର୍ଘ ବର୍ଷଗୁଡ଼ିକ ସରଳତା, ସାହସ ଏବଂ ଜାତୀୟ ଏକତା ପ୍ରତି ସମର୍ପଣ ଦ୍ୱାରା ଚିହ୍ନିତ ହୋଇଥିଲା ତାଙ୍କର ଦୃଷ୍ଟାନ୍ତମୂଳକ ସେବା ଏବଂ ଦୂରଦୃଷ୍ଟି ପିଢ଼ି ପରେ ପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ମୋଦୀ କହିଛନ୍ତି

ପ୍ରଧାନମନ୍ତ୍ରୀ 'ଏକ୍ସ’ରେ ପୋଷ୍ଟ କରିଛନ୍ତି :

"ଡକ୍ଟର ରାଜେନ୍ଦ୍ର ପ୍ରସାଦ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଭାରତର ସ୍ୱାଧୀନତା ସଂଗ୍ରାମରେ ସକ୍ରିୟ ଅଂଶଗ୍ରହଣକାରୀ ହେବା ଠାରୁ ଆରମ୍ଭ କରି ସମ୍ବିଧାନ ସଭାର ଅଧ୍ୟକ୍ଷତା ଏବଂ ଆମର ପ୍ରଥମ ରାଷ୍ଟ୍ରପତି ହେବା ପର୍ଯ୍ୟନ୍ତ, ସେ ଅତୁଳନୀୟ ମର୍ଯ୍ୟାଦା, ସମର୍ପଣ ଏବଂ ସ୍ପଷ୍ଟ ଉଦ୍ଦେଶ୍ୟ ସହିତ ଆମ ଦେଶର ସେବା କରିଥିଲେ ସାର୍ବଜନୀନ ଜୀବନରେ ତାଙ୍କର ଦୀର୍ଘ ବର୍ଷ ସରଳତା, ସାହସ ଏବଂ ଜାତୀୟ ଏକତା ପ୍ରତି ସମର୍ପଣ ଦ୍ୱାରା ଚିହ୍ନିତ ହୋଇଥିଲା ।  ତାଙ୍କର ଦୃଷ୍ଟାନ୍ତମୂଳକ ସେବା ଏବଂ ଦୂରଦୃଷ୍ଟି ପିଢ଼ି ପରେ ପିଢ଼ିକୁ ଅନୁପ୍ରାଣିତ କରିଚାଲିଛି ।’’

HS


(रिलीज़ आईडी: 2198131) आगंतुक पटल : 5
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Bengali , Bengali-TR , Manipuri , Punjabi , Gujarati , Tamil , Telugu , Kannada , Malayalam