ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ରପ୍ରଦେଶର ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
12 DEC 2025 9:09AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି ।
ଏକ୍ସରେ ରେ ପିଏମଓ ଇଣ୍ଡିଆ ହ୍ୟାଣ୍ଡେଲ କହିଛି:
"ଆନ୍ଧ୍ରପ୍ରଦେଶର ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଦୁଃଖିତ। ଏହି କଠିନ ସମୟରେ ମୋର ଚିନ୍ତାଧାରା ପ୍ରଭାବିତ ଲୋକ ଏବଂ ସେମାନଙ୍କ ପରିବାର ସହିତ ଅଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ଅନୁକମ୍ପା ରାଶି ବାବଦରେ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।’’
HS
(रिलीज़ आईडी: 2202819)
आगंतुक पटल : 5
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Gujarati
,
Tamil
,
Telugu
,
Kannada
,
Malayalam