ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଶ୍ଚିମବଙ୍ଗର ଆନନ୍ଦପୁର ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
30 JAN 2026 6:43PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଆନନ୍ଦପୁରରେ ଘଟିଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ’ ରେ ପୋଷ୍ଟ କରିଛନ୍ତି:
"ପଶ୍ଚିମବଙ୍ଗର ଆନନ୍ଦପୁରରେ ନିକଟରେ ଘଟିଥିବା ଅଗ୍ନିକାଣ୍ଡ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ । ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମୁଁ ପ୍ରାର୍ଥନା କରୁଛି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "
HS
(रिलीज़ आईडी: 2221115)
आगंतुक पटल : 2