ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନେଦରଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀ ରବ ଜେଟେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
24 FEB 2026 2:33PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେଦରଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀ ରବ ଜେଟେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ବିଭିନ୍ନ କ୍ଷେତ୍ରରେ ଭାରତ ଏବଂ ନେଦରଲାଣ୍ଡ ମଧ୍ୟରେ ରହିଥିବା ବ୍ୟାପକ ସମ୍ପର୍କ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଦୁଇ ଦେଶ ଏବଂ ଏହାର ଲୋକମାନଙ୍କ ମଧ୍ୟରେ ବୃଦ୍ଧି ପାଉଥିବା ସମ୍ପର୍କକୁ ଆହୁରି ତ୍ୱରାନ୍ୱିତ କରିବା ଲାଗି ସେ ପ୍ରଧାନମନ୍ତ୍ରୀ ଜେଟେନଙ୍କ ସହ ଘନିଷ୍ଠ ଭାବେ କାର୍ଯ୍ୟ କରିବାକୁ ଆଗ୍ରହୀ।
ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;
"ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀଯୁକ୍ତ ରବ ଜେଟେନଙ୍କୁ ଅଭିନନ୍ଦନ। ଭାରତ ଏବଂ ନେଦରଲାଣ୍ଡ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ସମ୍ପର୍କ ରହିଛି। ଆମ ଦୁଇ ଦେଶ ଏବଂ ଲୋକଙ୍କ ମଧ୍ୟରେ ବୃଦ୍ଧି ପାଉଥିବା ସମ୍ପର୍କକୁ ଆହୁରି ଗତି ଦେବା ପାଇଁ ମୁଁ ଆପଣଙ୍କ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି ।’’
HS
(ରିଲିଜ ଆଡି: 2232714)
ପରିଦର୍ଶକ କାଉଣ୍ଟର : 26
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam