ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆନ୍ଧ୍ରପ୍ରଦେଶର କାକିନାଡ଼ାରେ କାରଖାନା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 28 FEB 2026 6:45PM by PIB Bhubaneswar

ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶର କାକିନାଡା ଜିଲ୍ଲାର ଏକ କାରଖାନାରେ ହୋଇଥିବା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏହା ବ୍ୟତୀତ, ବିସ୍ଫୋରଣରେ ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ।

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ସେୟାର କରିଛନ୍ତି;

"ଆନ୍ଧ୍ରପ୍ରଦେଶର କାକିନାଡା ଜିଲ୍ଲାର ଏକ କାରଖାନାରେ ହୋଇଥିବା ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।

HS


(ରିଲିଜ ଆଡି: 2234524) ପରିଦର୍ଶକ କାଉଣ୍ଟର : 20