ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନ୍ମ ଶତବାର୍ଷିକୀରେ ପାର୍ବତୀ ଗିରିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 19 JAN 2026 11:00AM by PIB Bhubaneswar

ପାର୍ବତୀ ଗିରିଜୀଙ୍କ ଜନ୍ମ ଶତବାର୍ଷିକୀରେ ଆଜି ତାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଉପନିବେଶବାଦରୁ ମୁକ୍ତି ପାଇଁ ତାଙ୍କର ଅନନ୍ୟ ଅବଦାନ ଥିଲା । କମ୍ୟୁନିଟି ସେବା, ସ୍ୱାସ୍ଥ୍ୟ ସେବା, ମହିଳା ସଶକ୍ତିକରଣ ଓ ସଂସ୍କୃତି ପାଇଁ ତାଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା ।

ଏକ୍ସର ସ୍ୱତନ୍ତ୍ର ପୋଷ୍ଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,

‘ପାର୍ବତୀ ଗିରି ଜୀଙ୍କୁ ତାଙ୍କର ଜନ୍ମ ଶତବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଔପନିବେଶିକ ଶାସନର ଅନ୍ତ ଘଟାଇବା ଲାଗି ଆନ୍ଦୋଳନରେ ସେ ପ୍ରଶଂସନୀୟ ଭୂମିକା ଗ୍ରହଣ କରିଥିଲେ । ଜନ ସେବା ପ୍ରତି ତାଙ୍କର ଆଗ୍ରହ ଏବଂ ସ୍ୱାସ୍ଥ୍ୟସେବା, ମହିଳା ସଶକ୍ତିକରଣ ଓ ସଂସ୍କୃତି କ୍ଷେତ୍ରରେ ତାଙ୍କର କାର୍ଯ୍ୟ ଉଲ୍ଲେଖନୀୟ ଥିଲା। ଗତ ମାସର  #MannKiBaat କାଯ୍ୟକ୍ରମରେ ମଧ୍ୟ ମୁଁ ଏହା କହିଥିଲି ।‘

PBD


(ରିଲିଜ ଆଡି: 2235644) ପରିଦର୍ଶକ କାଉଣ୍ଟର : 43