ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଥୁରା ଯମୁନା ଏକ୍ସପ୍ରେସୱେରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 16 DEC 2025 12:54PM by PIB Bhubaneswar

 

ଉତ୍ତର ପ୍ରଦେଶର ମଥୁରାରେ ଯମୁନା ଏକ୍ସପ୍ରେସୱେରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର  ଶୋକ   ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି।

ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ଯେ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ X ରେ ପୋଷ୍ଟ କରିଛି;

"ଉତ୍ତର ପ୍ରଦେଶର ମଥୁରାରେ ଯମୁନା ଏକ୍ସପ୍ରେସୱେରେ ଦୁର୍ଘଟଣା ଯୋଗୁଁ ପ୍ରାଣହାନି ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଏନଆରଏଫରୁ ୨  ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦  ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi"

*****

SPD


(रिलीज़ आईडी: 2238076) आगंतुक पटल : 24
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam