ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଧ୍ୟପ୍ରଦେଶର ଇନ୍ଦୋରରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପି. ଏମ୍. ଏନ୍. ଆର୍. ଏଫ୍. ରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 MAR 2026 1:52PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଇନ୍ଦୋରର ମର୍ମନ୍ତୁଦ ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ କ୍ଷତିଗ୍ରସ୍ତ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି

ଇନ୍ଦୋର ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଶ୍ରୀ ମୋଦୀ ଆହୁରି ଘୋଷଣା କରିଥିଲେ ଯେ ପି. ଏମ୍. ଏନ୍. ଆର୍. ଏଫ୍. ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ଲେଖିଛନ୍ତି;

"ମଧ୍ୟପ୍ରଦେଶର ଇନ୍ଦୋରରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଘଟଣାରେ ମୁଁ ଗଭୀର ଭାବେ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପି. ଏମ୍. ଏନ୍. ଆର୍. ଏଫ୍. ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ।’’

HS


(ରିଲିଜ ଆଡି: 2242189) ପରିଦର୍ଶକ କାଉଣ୍ଟର : 4