ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
26 MAR 2026 11:19AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲ୍ଲାରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ପ୍ରଧାନମନ୍ତ୍ରୀ ସେମାନଙ୍କ ପ୍ରତି ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।
ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପି. ଏମ୍. ଏନ୍. ଆର୍. ଏଫ୍.) ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
"ଆନ୍ଧ୍ର ପ୍ରଦେଶର ମାର୍କାପୁରମ ଜିଲ୍ଲାରେ ଘଟିଥିବା ଏହି ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପି. ଏମ୍. ଏନ୍. ଆର୍. ଏଫ୍. ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ।’’
HS
(ରିଲିଜ ଆଡି: 2247480)
ପରିଦର୍ଶକ କାଉଣ୍ଟର : 28
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Bengali-TR
,
Assamese
,
Manipuri
,
Punjabi
,
Gujarati
,
Telugu
,
Kannada
,
Malayalam