ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିହାରର ନାଳନ୍ଦାରେ ଏକ ଦୁର୍ଘଟଣାରେ ପ୍ରାଣହାନି ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 31 MAR 2026 12:50PM by PIB Bhubaneswar

ପ୍ରଧାନମନ୍ତ୍ରୀ ବିହାରର ନାଳନ୍ଦା ଜିଲ୍ଲାରେ ଦଳାଚକଟା ଯୋଗୁଁ ପ୍ରାଣହାନି ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ଗଭୀର ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ପରିବାର ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

"ବିହାରର ନାଳନ୍ଦା ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫ୍‍ ରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । "

HS


(ରିଲିଜ ଆଡି: 2248140) ପରିଦର୍ଶକ କାଉଣ୍ଟର : 16