ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଛତିଶଗଡ଼ର ଶକ୍ତି ଜିଲ୍ଲାରେ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ରରେ ଘଟିଥିବା ଦୁଃଖଦ ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
14 APR 2026 8:15PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡ଼ର ଶକ୍ତି ଜିଲ୍ଲାରେ ଏକ ବିଦ୍ୟୁତ ଉତ୍ପାଦନ କେନ୍ଦ୍ରରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ସେ ଏହା ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରୁଛି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
"ଛତିଶଗଡ଼ର ଶକ୍ତି ଜିଲ୍ଲାର ଏକ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ରରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସହାୟତା କରୁଛି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "
HS
(ରିଲିଜ ଆଡି: 2252457)
ପରିଦର୍ଶକ କାଉଣ୍ଟର : 11
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Telugu
,
Kannada
,
Malayalam