ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିହାରର କାଟିହାରରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 11 APR 2026 10:56PM by PIB Bhubaneswar

ବିହାରର କାଟିହାରରେ ଘଟିଥିବା ଦୁଃଖଦ ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଶୋକ ବ୍ୟକ୍ତ କରିଛନ୍ତି ଏବଂ ଏହି ଘଟଣାକୁ ଅତ୍ୟନ୍ତ ଯନ୍ତ୍ରଣାଦାୟକ ବୋଲି ବର୍ଣ୍ଣନା କରିଛନ୍ତି

ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ପ୍ରଧାନମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଶ୍ରୀ ମୋଦୀ ଆହୁରି ମଧ୍ୟ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ଦୁର୍ଘଟଣାରେ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ

ପ୍ରଧାନମନ୍ତ୍ରୀ 'ଏକ୍ସ ରେ ଲେଖିଛନ୍ତି:

"ବିହାରର କଟିହାରରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ

HS


(ରିଲିଜ ଆଡି: 2252492) ପରିଦର୍ଶକ କାଉଣ୍ଟର : 5