ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉଧମପୁରରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 20 APR 2026 1:02PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ-କାଶ୍ମୀରର ଉଧମପୁରରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି

ଯେଉଁମାନେ ନିଜର ନିକଟ ଏବଂ ପ୍ରିୟଜନଙ୍କୁ ହରାଇଛନ୍ତି, ପ୍ରଧାନମନ୍ତ୍ରୀ ସେମାନଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି

ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି;

"ଜାମ୍ମୁ-କାଶ୍ମୀରର ଉଧମପୁରରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଯେଉଁମାନେ ନିଜର ନିକଟ ଏବଂ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ମୋର ହୃଦୟରୁ ସମବେଦନା ଜଣାଉଛି ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି

ଏହି ଦୁଖଦ ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "

HS


(ରିଲିଜ ଆଡି: 2253742) ପରିଦର୍ଶକ କାଉଣ୍ଟର : 11