ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କ ସହ କଥା ହୋଇଛନ୍ତି ; ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 19 APR 2026 10:55AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।

ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଶ୍ରୀ ପବନ କଲ୍ୟାଣ ଅତ୍ୟନ୍ତ ସାହସୀ ଏବଂ ସେ ଖୁବ୍ ଶୀଘ୍ର ସୁସ୍ଥ ହୋଇଯିବେ ବୋଲି ତାଙ୍କର ବିଶ୍ୱାସ ରହିଛି। ଶ୍ରୀ ମୋଦୀ ତାଙ୍କ ସୁସ୍ଥତା ପାଇଁ ପ୍ରାର୍ଥନା ମଧ୍ୟ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ଉଲ୍ଲେଖ କରିଛନ୍ତି

"ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣ ଗାରୁଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛି। ସେ ଅତ୍ୟନ୍ତ ସାହସୀ ଏବଂ ମୁଁ ନିଶ୍ଚିତ ଯେ ସେ ଖୁବ୍ ଶୀଘ୍ର ସୁସ୍ଥ ହୋଇଯିବେ। ତାଙ୍କ ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି।


****

SSP


(ରିଲିଜ ଆଡି: 2255061) ପରିଦର୍ଶକ କାଉଣ୍ଟର : 9