ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତର ପ୍ରଦେଶର ମିର୍ଜାପୁରରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ



ପିଏମଏନଆରଏଫ୍ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା


ପୋଷ୍ଟ କରାଯିବା ଦିନାଙ୍କ: 23 APR 2026 2:34PM by PIB Bhubaneswar

ଉତ୍ତର ପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫ୍ ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି :

"ଉତ୍ତର ପ୍ରଦେଶର ମିର୍ଜାପୁରରେ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ଗଭୀର ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।"

ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ। 

****

SSP


(ରିଲିଜ ଆଡି: 2255069) ପରିଦର୍ଶକ କାଉଣ୍ଟର : 7