ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କେରଳମର ତ୍ରିସୁରରେ ଏକ ବାଣ କାରଖାନା ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଅନୁକମ୍ପା ରାଶି ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 21 APR 2026 8:24PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳମର ତ୍ରିସୁରରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁଁ ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।

 

ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ପିଏମ-ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

 

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

 

"କେରଳମର ତ୍ରିସୁରରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁଁ ପ୍ରାଣହାନୀ ବିଷୟରେ ଶୁଣି ଦୁଃଖିତ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ହୁଅନ୍ତୁ: PM @narendramodi"

 

"ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମ୍‌ ରିଲିଫ୍‌ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।"

 

*****

MT


(ରିଲିଜ ଆଡି: 2255078) ପରିଦର୍ଶକ କାଉଣ୍ଟର : 5