ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଠାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 23 APR 2026 7:24PM by PIB Bhubaneswar

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ’ ରେ ପୋଷ୍ଟ କରିଛନ୍ତି:

"ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇବା ଅତ୍ୟନ୍ତ ଦୁଃଖଦ। ଯେଉଁମାନେ ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ”।

HS


(ରିଲିଜ ଆଡି: 2255084) ପରିଦର୍ଶକ କାଉଣ୍ଟର : 2
ଏହି ରିଲିଜ ପଢନ୍ତୁ : English , Urdu , Marathi , हिन्दी , Assamese , Gujarati