ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦିଲ୍ଲୀର ପାଲମରେ ଘଟିଥିବା ଅଗ୍ନିକାଣ୍ଡରେ ଜୀବନହାନି ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଏରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 MAR 2026 2:45PM by PIB Bhubaneswar

ପାଲମରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ପ୍ରଭାବିତ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

 

ଦିଲ୍ଲୀର ପାଲମରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ସେମାନଙ୍କ ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ଶ୍ରୀ ମୋଦୀ ଆହୁରି ଘୋଷଣା କରିଛନ୍ତି ଯେ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଏରଏଫରୁ ୨  ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ, ଆହତମାନଙ୍କୁ ୫୦,୦୦୦  ଟଙ୍କା ପ୍ରଦାନ କରାଯିବ।

 

ପ୍ରଧାନମନ୍ତ୍ରୀ X ରେ ଲେଖିଛନ୍ତି;

 

"ଦିଲ୍ଲୀର ପାଲମରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ଦୁଃଖଦ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ମୋର ସମବେଦନା ଜଣାଉଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ।

 

ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଏନଆରଏଫରୁ ୨  ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦  ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ"

****

SPD


(ରିଲିଜ ଆଡି: 2255117) ପରିଦର୍ଶକ କାଉଣ୍ଟର : 24