ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 10 MAY 2026 11:10AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ମଧ୍ୟ ନୂତନ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ରାଜ୍ୟବାସୀଙ୍କ କଲ୍ୟାଣ ବିକାଶ ପାଇଁ ତାମିଲନାଡ଼ୁ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବା ଲାଗି କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ

ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;

"ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଲୋକଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ତାମିଲନାଡ଼ୁ ସରକାରଙ୍କ ସହ ମିଶି କାର୍ଯ୍ୟ ଜାରି ରଖିବେ।’’

HS


(ରିଲିଜ ଆଡି: 2260090) ପରିଦର୍ଶକ କାଉଣ୍ଟର : 3