ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କର୍ଣ୍ଣାଟକର ବେଙ୍ଗାଲୁରୁରେ କାନ୍ଥ ଭୁଶୁଡ଼ି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତି କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 29 APR 2026 11:22PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ କହିଥିଲେ ଯେ ତାଙ୍କ ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ରହିଛି ଏବଂ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି

ଶ୍ରୀ ମୋଦୀ ଘୋଷଣା କରିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରତ୍ୟେକଙ୍କୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯିବ

ପ୍ରଧାନମନ୍ତ୍ରୀ 'ଏକ୍ସ ରେ ପୋଷ୍ଟ କରିଛନ୍ତି:

"କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା କାରଣରୁ ଘଟିଥିବା ଦୁର୍ଘଟଣା ଦୁର୍ଭାଗ୍ୟଜନକ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ

ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ଦିଆଯିବ: ପ୍ରଧାନମନ୍ତ୍ରୀ ।’’

HS


(रिलीज़ आईडी: 2260107) आगंतुक पटल : 22
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Telugu , Kannada , Malayalam